ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଭେଟି ସ୍ଵାସ୍ଥ୍ୟାବସ୍ଥା ବୁଝିବା ସହ ଅଭିନନ୍ଦନ ଜଣାଇଛନ୍ତି। ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରି ସମସ୍ତେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟନେଲ ଭିତରର ସଂଘର୍ଷପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଛନ୍ତି। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣାଦାୟକ ବୋଲି ସେ କହିଛନ୍ତି।










