ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଛତ୍ରପୁରରେ ଗଂଜାମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ମତ୍ସ୍ୟ, ପଶୁ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ ।

YouTube video

ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ଛତ୍ରପୁର ପୋଲିସ ପଡ଼ିଆଠାରେ ଗଂଜାମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିରୂପେ ମତ୍ସ୍ୟ, ପଶୁ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଜିଲ୍ଳାପାଳ ବିଜୟ ଅମୃତ କୁଲାଂଗେ ଏଥିରେ ଅଧ୍ୟକ୍ଷତା କରିଥିବାବେଳେ ଗଂଜାମ ଏସ୍ପି ବ୍ରିଜେଶ ରାଏଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ ଏହି ଅବସରରେ ଉପସ୍ଥିତ ଥିଲେ । ଜିଲ୍ଳା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ବିରଂଚି ନାରାୟଣ ପ୍ରଧାନ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ । ଏଠାରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ପ୍ୟାରେଡରେ କୃତୀତ୍ୱ ଅର୍ଜନ କରିଥିବା ଦଳ ଏବଂ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।