Home Education ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଆରମ୍ଭ, କପି ରୋକିବା ଓ ଶାନ୍ତି...

ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଆରମ୍ଭ, କପି ରୋକିବା ଓ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ବ୍ୟବସ୍ଥା ।

YouTube video

ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି । ଏହି ପରୀକ୍ଷା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଚଳିତ ବର୍ଷ ରାଜ୍ୟରେ ମୋଟ ୫ଲକ୍ଷ ୬୦ହଜାର ୯୦୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାବେଳେ ସେମାନଙ୍କ ପାଇଁ ମୋଟ ୨ହଜାର ୮୮୮ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ନିୟମିତ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପ୍ରଥମ ସିଟିଂ ୧୦ରୁ ସାଢେ଼ ୧୨ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବାବେଳେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଦ୍ୱିତୀୟ ସିଟିଂ ସାଢେ଼ ଗୋଟାଏରୁ ୪ଟା ପର୍ଯ୍ୟନ୍ତ ହେଉଛି । କପି ରୋକିବା ଓ ଶାନ୍ତି ଶୃଙ୍ଖଳା ପାଇଁ ଜିଲ୍ଲା ଶିକ୍ଷା ବିଭାଗର ନିର୍ଦେଶକ୍ରମେ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।