
ମାର୍ଚ୍ଚ ୨୮ ତାରିଖରେ ଗଂଜାମ ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଏହାକୁ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ଘୁଂଚାଇ ଦିଆଯାଇଛି । ଏପ୍ରିଲ ୨୫ ତାରିଖରେ ସଂଘର ନିର୍ବାଚନ ହେବ ବୋଲି ନିର୍ବାଚନ ଅଧିକାରୀ ନୟନ ଚନ୍ଦ୍ର ମହାପାତ୍ର ସୁଚନା ଦେଇଛନ୍ତି । ସାରା ରାଜ୍ୟରେ ଓକିଲ ସଂଘର ଏପରି ନିର୍ବାଚନ ହେବ । କରୋନାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି ।






