କରୋନା ରୋଗୀଙ୍କ ଚିକିତ୍ସା ସମୟରେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ହେଲେ ୫୦ଲକ୍ଷ ଟଙ୍କା କ୍ଷତି ପୁରଣ ପ୍ରଦାନ କରାଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ।

YouTube video

କରୋନା ରୋଗୀଙ୍କ ଚିକିତ୍ସା ସମୟରେ ଯଦି କୌଣସି ଡାକ୍ତର କିମ୍ବା ସ୍ୱାସ୍ଥ୍ୟକର୍ମୀ ମୃତ୍ୟୁ ବରଣ କରନ୍ତି ତେବେ ସେମାନଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ୫୦ଲକ୍ଷ ଟଙ୍କା କ୍ଷତି ପୁରଣ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି । କୌଣସି ସ୍ଥାନରେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ ହେଲେ ସେମାନଙ୍କ ବିରୁଦ୍ଧରେ ଏନ୍ଏସ୍ଏ ଲାଗୁ କରାଯିବ ବୋଲି ସେ କହିଛନ୍ତି । ସେହିପରି ମୃତ୍ୟୁ ବରଣ କଲେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପୁର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି ।