
ରଂଗେଇଲୁଣ୍ଡାସ୍ଥିତ ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ସଂସଦ ପକ୍ଷରୁ ୨୫ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିରୂପେ ରାଜ୍ୟ କୃଷି, ଉଚ୍ଚଶିକ୍ଷା, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ମନ୍ତ୍ରୀ ଅରୁଣ ସାହୁ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ରାଜ୍ୟ ସରକାରଙ୍କ ତରଫରୁ ମତ୍ସ୍ୟ ଓ ପଶୁ ସମ୍ପଦର ବିକାଶ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୁଚନା ଦେଇ ଛାତ୍ରଛାତ୍ରୀମାନଙ୍କୁ ଜଣେ ଜଣେ ଉତ୍ତମ ଶିକ୍ଷାବିତ୍ ହେବାପାଇଁ ଆହ୍ୱାନ ଦେଇଥିଲେ । ସମ୍ମାନୀତ ଅତିଥିଭାବେ ଗୋପାଳପୁର ବିଧାୟକ ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ବେହେରା, ମତ୍ସ୍ୟ ସମ୍ପଦ ବିଭାଗର କମିଶନର ତଥା ସଚିବ ଆର୍.ରଘୁ ପ୍ରସାଦ ଏବଂ ଓୟୁଏଟିର କୁଳପତି ଡକ୍ଟର ପବନ କୁମାର ଅଗ୍ରୱାଲ ପ୍ରମୁଖ ଯୋଗଦେଇଥିଲେ । ଏଥିରେ କଲେଜର ନିର୍ଦେଶକ, ଉପଦେଷ୍ଟା, ଛାତ୍ର ସଂସଦର ସାଧାରଣ ସମ୍ପାଦକ ଓ ସଭାପତିଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।






